ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟସଭା ଉପନିର୍ବାଚନ ପାଇଁ ଗୁରୁବାର ଦିନ ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଆସନ୍ତା ଜୁନ ୨ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଚାଲିବ। ଆସନ୍ତା ଜୁନ ୩ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ, ଜୁନ ୬ ତାରିଖ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଧାର୍ଯ୍ୟ ହୋଇଛି। ଆସନ୍ତା ଜୁନ ୧୩ ତାରିଖରେ ରାଜ୍ୟସଭା ଉପ-ନିର୍ବାଚନ ପାଇଁ ଭୋଟି ଗ୍ରହଣ ହେବ।

କଟକ ମହାନଗର ନିଗମ ମେୟର ଭାବେ ନିର୍ବାଚିତ ହେବା ପରେ ସୁବାସ ସିଂ ରାଜ୍ୟସଭା ସାଂସଦ ପଦବୀରୁ ଇସ୍ତଫା ଦେଇଥିଲେ। ସୁବାସ ସିଂଙ୍କ ଇସ୍ତଫା ପରେ ରାଜ୍ୟସଭା ସାଂସଦ ପଦବୀ ଖାଲିପଡ଼ିଥିଲା। ଏହି ଆସନ ପାଇଁ ଉପନିର୍ବାଚନ ହେବ।

ଆସନ୍ତା ଜୁନ ୧୩ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ରାଜ୍ୟସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ସେହି ଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯିବ।

ଗତ ବୁଧବାର ଦିନ ରାଜ୍ୟସଭା ନିର୍ବାଚନ ପାଇଁ ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ରାଜ୍ୟର ୩ଟି ଆସନ ପାଇଁ ଆସନ୍ତା ଜୁନ ୧୦ ତାରିଖରେ ରାଜ୍ୟସଭା ନିର୍ବାଚନ ହେବ। ତିନି ଜଣ ରାଜ୍ୟସଭା ସାଂସଦ ଏନ. ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ସସ୍ମିତ ପାତ୍ରଙ୍କର କାର୍ଯ୍ୟକାଳ ପୂରଣ ହେବାକୁ ଥିବାରୁ ଏହି ଆସନ ପାଇଁ ନିର୍ବାଚନ ହେବ।

Tags: #Politics #OdishaPolitics #Rajyasabha #Election #ByElection

Comment