ଓଡ଼ିଶାଲାଇଭ୍ ବ୍ୟୁରୋ

ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୨୧ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତା ଜୁନ ୧୫ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଜୁନ ୧୯ ତାରିଖରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିବ। ଜୁନ ୩୦ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ଜୁଲାଇ ୨ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯିବ। ଗୁରୁବାର ଦିନ ରାଷ୍ଟ୍ରପତି ନିର୍ବାଚନ ଲାଗି ତାରିଖ ଘୋଷଣା କରି ଏହି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର। 
ଆସନ୍ତା ଜୁଲାଇ ୨୪ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ଖାଲି ହେବାକୁ ଯାଉଥିବା ଏହି ପଦବୀ ପାଇଁ ଜୁଲାଇ ୧୮ ତାରିଖରେ ନିର୍ବାଚନ ହେବ। ଗତ ୨୦୧୭ ମସିହା ଜୁଲାଇ ୧୭ ତାରିଖରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ନିର୍ବାଚିତ ହୋଇଥିଲେ ରାମନାଥ କୋବିନ୍ଦ। ରାଷ୍ଟ୍ରପତି ନିର୍ବାଚନ ପାଇଁ ଲୋକସଭା ଏବଂ ରାଜ୍ୟସଭା ସଦସ୍ୟମାନେ ମତଦାନ କରିବେ।
Tags: #Politics #IndianPolitics #Election #PresidentElection #PresidentOfIndia

















