ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି। ରାଜ୍ୟକୁ ପଶ୍ଚିମ ବଙ୍ଗୋପସାଗରରୁ ବହୁଛି ପବନ। ମୌସୁମୀ ଓଡ଼ିଶା ଛୁଇଁବା ନେଇ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ କହିଛି।

ଏବେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି। ବିଭିନ୍ନ ଜିଲ୍ଲାରେ ପାଗ ମେଘାଚ୍ଛନ୍ନ ରହିଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଅନୁଗୁଳ, କେନ୍ଦୁଝର, ଗଞ୍ଜାମ, ଗଜପତି, ଯାଜପୁର, ନୟାଗଡ଼ ଏବଂ ନୂଆପଡ଼ାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

ଗୁରୁବାର, ଜୁନ ୧୬ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଶୁକ୍ରବାର, ଜୁନ ୧୭ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। 

ଅନ୍ୟପଟେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସକ୍ରିୟ ରହିଛି। କାଳବୈଶାଖୀ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ଏବେ ବି ୪୦ ଡିଗ୍ରୀ ଉପରେ ରହୁଛି। ଗରମ ଏବଂ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ଲୋକେ। ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Tags: #RainFall #Weather #Monsoon #MetrologyDepartment

Comment