ଓଡ଼ିଶାଲାଇଭ୍ ବ୍ୟୁରୋ

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁନ ୨୪ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବେ। ଗୁରୁବାର ଦିନ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ।

ଆସନ୍ତାକାଲି ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ଦ୍ରୌପଦୀ ମୁର୍ମୁ। ଏଥିପାଇଁ ସେ ଆଜି ଦିଲ୍ଲୀ ଗସ୍ତ କରି ଓଡ଼ିଶା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହା ସହ ସେ ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି।

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବାରୁ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଫୋନ୍ ଯୋଗେ କଥା ହୋଇଥିଲେ। ପ୍ରାର୍ଥିପତ୍ର ଦାଖଲ ସମୟରେ ସାମିଲ ହେବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି କ୍ୟାବିନେଟର ଦୁଇ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଟୁକୁନି ସାହୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରସ୍ତାବକ ଭାବେ ପ୍ରାର୍ଥିପତ୍ରରେ ସ୍ଵାକ୍ଷର କରିଥିଲେ। ଏହି ଦୁଇ ମନ୍ତ୍ରୀ ଆସନ୍ତାକାଲି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ।

Tags: #Politics #IndianPolitics #PresidentElection #Nomination #PMNarendraModi #DraupadiMurmu

Comment