ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ। ଏହି ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ। ପ୍ରାର୍ଥିପତ୍ର ଦାଖଲ କରିବା ଲାଗି ଦ୍ରୌପଦୀ ମୁର୍ମୁ ସଂସଦ ଭବନ ଅଭିମୁଖେ ବାହାରି ସାରିଛନ୍ତି। ଆଜି ଦିନ ପ୍ରାୟ ୧୨ଟାରେ ରାଜ୍ୟସଭା ସେକ୍ରେଟାରୀ ଜେନେରାଲଙ୍କ ପ୍ରକୋଷ୍ଠରେ ପ୍ରାର୍ଥିପତ୍ର  ଦାଖଲ କରିବେ ରାଷ୍ଟପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ।

ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିବେ। ଏହାସହ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ରହିବେ। ଓଡ଼ିଶା ବିଜେପିର ୧୨ ବିଧାୟକ ମଧ୍ୟ ଉପସ୍ଥିତ ରହିବେ। ସବୁଠାରୁ ବଡ଼ କଥା ହେଲା ବିଜେଡି ସରକାରର ଦୁଇ ଜଣ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକାର ଏବଂ ଟୁକୁନି ସାହୁ ଉପସ୍ଥିତ ରହିବେ।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ୱାନ ପ୍ରଥମ ପ୍ରସ୍ତାବକ ଭାବେ ଦସ୍ତଖତ କରିଛନ୍ତି। ସବୁଠାରୁ ବଡ଼ କଥା ହେଉଛି ଦ୍ରୌପଦୀଙ୍କ ପ୍ରସ୍ତାବଙ୍କ ମଧ୍ୟରୁ ବିଜେଡିର ଦୁଇ ପ୍ରସ୍ତାବକ ରହିବେ। ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ଦ୍ରୌପଦୀଙ୍କ ନାମାଙ୍କନ ପତ୍ରରେ ପ୍ରସ୍ତାବକ ଭାବେ ଦସ୍ତଖତ କରିବେ। ଏ ନେଇ ଆଗରୁ ଟୁଇଟ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂ ଦେଇଥିଲେ। ବିଜେଡିର ଦୁଇ କ୍ୟାବିନେଟ ମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କ ସହ ଦିଲ୍ଲୀ ଯାଇଛନ୍ତି। ଅନ୍ୟପଟେ ରାଜ୍ୟ ବିଜେପିର ୧୨ ବିଧାୟକ ଦିଲ୍ଲୀ ଗସ୍ତ କରିଛନ୍ତି।

Tags: #Politics #OdishaPolitics #IndianPolitics #PresidentElection #Nomination

Comment