ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଅଧିକାଂଶ ଅଞ୍ଚଳରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର ଏବଂ ବରଗଡ଼। ଏହା ବ୍ୟତୀତ ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। 
ଶୁକ୍ରବାର ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ଜୁନ ୨୫ ତାରିଖରେ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କିନ୍ତୁ ଅସନ୍ତା ୨୬ ତାରିଖରେ ରାଜ୍ୟର ପାଗ ଶୁଖିଲା ରହିବ ବୋଲି ଆକଳନ କରାଯାଇଛି। ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରୁ ରାଜ୍ୟରେ ସ୍ଵାଭାବିକ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି।
Tags: #Weather #Rainfall #HeavyRainfall #YellowWarning


















