ଓଡ଼ିଶାଲାଇଭ୍ ବ୍ୟୁରୋ

ବୁଧବାର ଦିନ ମହାପ୍ରଭୁଙ୍କର ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ଅନୁଷ୍ଠିତ ହୋଇଛି। ଦୀର୍ଘ ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତ। ଅନବସର ଗୁପ୍ତନୀତି ଶେଷ ପରେ ନବଯୌବନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ବଡ଼ଠାକୁର। ସକାଳେ ମଙ୍ଗଳ ଆଳତି ପରେ ସାଧାରଣ ଦର୍ଶନ ବ୍ୟବସ୍ଥା କରାଯାଇଛି। ସକାଳ ୮ରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ ହୋଇଛି। ସକାଳ ୯ଟାରୁ ୧୦ଟା ୩୦ ସର୍ବସାଧାରଣ ଦର୍ଶନ ପାଇଁ ବ୍ୟବସ୍ଥା କରାଯାଇଛି।

୧୫ ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଦୀର୍ଘ ଦୁଇ ବର୍ଷ ପରେ ବଡ଼ଠାକୁରଙ୍କ ନବଯୌବନ ବେଶ ଦର୍ଶନ କରିବାର ସୁଯୋଗ ପାଇଛନ୍ତି ଭକ୍ତ। ଶାନ୍ତିଶୃଙ୍ଖଳାର ସହ ଦର୍ଶନ ଲାଗି ଭକ୍ତଙ୍କ ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି। ଦୁଇ ବର୍ଷ ପରେ ନବଯୌବନ ବେଶ ଅନୁଷ୍ଠିତ ହେଉଥିବାରୁ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି।

ସେହିପରି ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ଟାରୁ ୬ଟା ୩୦, ରାତି ୯ଟାରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ପର୍ଯ୍ୟନ୍ତ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ସାଧାରଣ ଭକ୍ତ। ବିଶେଷ ନୀତି ପାଇଁ ସକାଳ ୧୦ଟା ୩୦ରୁ ଅପରାହ୍ଣ ୨ଟା, ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ଓ ସନ୍ଧ୍ୟା ୬ଟା ୩୦ରୁ ରାତି ୯ଟା ପର୍ଯ୍ୟନ୍ତ ଏବଂ ରାତି ୧୦ଟା ୩୦ରୁ ୧୧ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଗୁରୁବାର ଦିନ ଉଭାଯାତ୍ରା। ଦିନ ସକାଳ ୪ରୁ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ଣ ୧ଟା ୩୦ ଓ ଅପରାହ୍ଣ ୩ଟା ୩୦ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଠାକୁରଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ ସୁଯୋଗ ମିଳିବ। ସେହିପରି ସକାଳ ୬ଟା ୩୦ରୁ ଦିନ ୧୨ଟା ୩୦, ଅପରାହ୍ଣ ୧ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।

Tags: #PuriJagannathTemple #Culture #Netrostav #NabajaubanDarshan

Comment