ଓଡ଼ିଶାଲାଇଭ୍ ବ୍ୟୁରୋ

ବିଶ୍ୱ ପ୍ରସିଦ୍ଧ ପବିତ୍ର ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶୁକ୍ରବାର ଦିନ ଶ୍ରୀଗୁଣ୍ଡିଚା ଯାତ୍ରା ଅନୁଷ୍ଠିତ ହୋଇଛି। ଦୁଇ ବର୍ଷ ପରେ ରଥଯାତ୍ରାରେ ସାମିଲ ହୋଇଛନ୍ତି ଲକ୍ଷ ଲକ୍ଷ ଭକ୍ତ। ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ବଡ଼ଦାଣ୍ଡରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରଥ ଟାଣିଛନ୍ତି।

ଏହା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ଦାଣ୍ଡରେ ତିନିଠାକୁରଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଦେଖୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ରହି ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ଦେଖୁଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଦେଶ ଗସ୍ତରୁ ଫେରିବା ପରେ ଆଜି ପୁରୀ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍ ବୁଲି ଦେଖିଥିଲେ। ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାମକୁ ବରିଷ୍ଠ ଅଧିକାରୀଙ୍କ ସହ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ। ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ ହୋଇଥିବା କାମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

Tags: #RathYatra #Festival #CMNaveenPatnaik

Comment