ଓଡ଼ିଶାଲାଇଭ୍ ବ୍ୟୁରୋ

ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ। ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟର ପରିମାଣ ରହିଛି ୨ ଲକ୍ଷ କୋଟି। ବଜେଟରେ ବିଭିନ୍ନ କ୍ଷେତ୍ରକୁ ଗୁରୁତ୍ଵ ଦିଆଯାଇଛି। ସ୍ୱାସ୍ଥ୍ୟ କ୍ଷେତ୍ରକୁ ମିଳିଛି ୧୨, ୨୪୧ କୋଟି ଟଙ୍କା। ଚଳିତ ବର୍ଷର ଅର୍ଥ ପୂର୍ବ ବର୍ଷ ତୁଳନାରେ ୨୫ ପ୍ରତିଶତ ଅଧିକ ରହିଛି।

ରାଜ୍ୟ ବଜେଟରେ ସ୍ୱାସ୍ଥ୍ୟ କ୍ଷେତ୍ର ପାଇଁ ୧୨, ୨୪୧ କୋଟି ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨ ହଜାର ୬୬୪ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହା ସହ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ ଅଧୀନରେ ଖର୍ଚ୍ଚ ହେବ ୨ ହଜାର ୩୨୫ କୋଟି ଟଙ୍କା। ପରିବାର କଲ୍ୟାଣ ଯୋଜନା ପାଇଁ ୫୧୪ କୋଟି ଟଙ୍କା ବ୍ୟୟ ନିମନ୍ତେ ପ୍ରସ୍ତାବ ରହିଛି।

ସ୍ୱାସ୍ଥ୍ୟ କ୍ଷେତ୍ରରେ ଆନୁସଙ୍ଗିକ ସେବାର ସୁଦୃଢ଼ୀକରଣ ପାଇଁ ୬୫୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଜାତୀୟ ସ୍ୱାସ୍ଥ୍ୟ ମିଶନ ଅଧୀନରେ ୨ ହଜାର ୧୫୬ କୋଟି ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ‘ସ୍ୱାସ୍ଥ୍ୟ ଓ ଭେଷଜ ଶିକ୍ଷାରେ ମାନବ ସମ୍ବଳ’ ଯୋଜନା ଅଧୀନରେ ୩୧୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

Tags: #Assembly #MonsoonSession #Budget #Budget2022-23 #Health #HealthSector

Comment