ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୪ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା – ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ। ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।ଲଘୁଚାପ ପ୍ରଭାବରେ ସୋମବାର ଦିନ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ଦିନ ୨.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୪୬.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହି ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

Tags: #Rainfall #IMD #WeatherUpdate #RainfallAlert #Lowpressure #ଲଘୁଚାପ #ବର୍ଷା

LEAVE A REPLY

Please enter your comment!
Please enter your name here