ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ଓଡ଼ିଶା ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆହୁରି ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଜାରି ରହିବ ବୋଲି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇ ସତର୍କ କରାଇଛି।

ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା – କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ଗଞ୍ଜାମ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ବିଭାଗ ପକ୍ଷରୁ ୧୩ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।ଏହି ଜିଲ୍ଲାଗୁଡ଼ିକ ହେଲା – ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, କେଉଁଝର, ଝାରସୁଗୁଡ଼ା, ସମ୍ଵଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଓ ଗଜପତି।

Tags: #RainAlert #WeatherUpdate #Odisha #IMD #HeavyRainfall #LowPressure #ବର୍ଷା #ଲଘୁଚାପ

Comment