ଓଡ଼ିଶାଲାଇଭ୍ ବ୍ୟୁରୋ

ମଙ୍ଗଳବାର ଦିନ ସକାଳୁ ସକାଳୁ ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକମାନଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହିତ ଆହତ ୫ ଜଣଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ସକାଳୁ ସକାଳୁ ଏକ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ବଡ଼ବାହାଲି ଛକଠାରେ ଛିଡ଼ା ହୋଇଥିବା ଗୋଟିଏ ଅଟୋ ଏବଂ ବାଇକକୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ଧକ୍କା ଦେଇଥିଲା। ଫଳରେ ଅଟୋରେ ବସିଥିବା ୩ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ନିମନ୍ତେ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଘଟଣା ଜଣା ପଡ଼ିବା ପରେ ମୁଖ୍ୟମନ୍ତ୍ରୀ ଶୋକ ବ୍ୟକ୍ତ କରିବା ସହ ମୃତକଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Tags: #Accident #Death #CMOdisha #NaveenPatnaik #ExGraciaAmount

LEAVE A REPLY

Please enter your comment!
Please enter your name here