ଓଡ଼ିଶାଲାଇଭ୍ ବ୍ୟୁରୋ

ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏଥିସହିତ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୬ଟି ଜିଲ୍ଲାକୁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି।ଅରେଞ୍ଜ ଓ୍ଵାର୍ଣ୍ଣିଂ ଦିଆଯାଇଥିବା ଜିଲ୍ଲାଗୁଡ଼ିକ ହେଲା – ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାର ଗୋଟିଏ କିମ୍ଵା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଏହି ଜିଲ୍ଲାଗୁଡ଼ିକରେ ସର୍ବାଧିକ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।ଏହି ସମୟ ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ସୋନପୁର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Tags: #RainAlert #WeatherUpdate #Odisha #OrangeWarning #ବର୍ଷା #ପାଣିପାଗବିଭାଗ

LEAVE A REPLY

Please enter your comment!
Please enter your name here