ଓଡ଼ିଶାଲାଇଭ୍ ବ୍ୟୁରୋ

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ନେଇ କଂଗ୍ରେସ ମୁଖପାତ୍ର ଅଜୟ କୁମାରଙ୍କ ବିବାଦୀୟ ବୟାନକୁ ନେଇ ବିଧାନସଭାରେ ଝଡ଼ ଉଠିଛି। ଏହି ଘଟଣାକୁ ବିଜେପି ନିନ୍ଦା କରିବା ସହ ତୁରନ୍ତ ଅଜୟ କୁମାର ଦ୍ରୌପଦୀ ମୁର୍ମୁଙ୍କୁ କ୍ଷମା ମାଗିବାକୁ ଦାବି କରିଛି। ଏହି ପ୍ରସଂଗକୁ ନେଇ ଆଜି ବିଧାନସଭାରେ ହଟ୍ଟଗୋଳ ହେବା ସହ ପ୍ରଶ୍ନକାଳରେ ହଙ୍ଗାମା କରିଛି ବିଜେପି।

ଏପରିକି ବିଧାନସଭା ଗୃହ ଭିତରେ କଂଗ୍ରେସ ଓ ବିଜେପି ସଦସ୍ୟମାନେ ମୁହାଁମୁହିଁ ହୋଇଛନ୍ତି। ବିଜେପି ସଦସ୍ୟମାନେ ପୋଷ୍ଟର ଦେଖାଇ ଗୃହରେ ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି। ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ବିକ୍ରମ କେଶରୀ ଆରୁଖ।

ଅଜୟ କୁମାର କହିଛନ୍ତି, “ଦ୍ରୌପଦୀ ମୁର୍ମୁ ଭାରତର ଅତ୍ୟନ୍ତ ଭୁଲ୍‌ ବିଚାରଧାରାକୁ ପ୍ରତିନିଧିତ୍ୱ କରୁଛନ୍ତି। ସେ ଆଦିବାସୀଙ୍କ ପ୍ରତୀକ ହେବା ଉଚିତ ନୁହେଁ। ମୋଦୀ ସରକାର କେବଳ ପ୍ରତୀକ ଦ୍ଵାରା ଭାରତର ଲୋକଙ୍କୁ ବୋକା ବନାଉଛନ୍ତି। ଦେଶବ୍ୟାପୀ ଅନୁସୂଚିତ ଜାତି ଉପରେ ଅତ୍ୟାଚାର ହେଉଛି ଏବଂ ଅନୁସୂଚିତ ଜାତି ସମ୍ପ୍ରଦାୟର ସ୍ଥିତି ଅତ୍ୟନ୍ତ ଖରାପ। ଏହି ବୟନ ପରେ  ଅଜୟ କୁମାର ଦ୍ରୌପଦୀ ମୁର୍ମୁଙ୍କୁ କ୍ଷମା ମାଗନ୍ତୁ ବୋଲି ଦାବି କରିଛି ବିଜେପି।

Tags: #Assembly #OdishaAssembly #MonsoonSession #Controversy #DraupadiMurmu #Congress #BJP

Comment