ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡ଼ିଶା କୃଷି ନିଗମ ଲିଃ, ଓଡ଼ିଶା କାଜୁ ଉନ୍ନୟନ ନିଗମ ଲିଃ ଏବଂ ଓଡ଼ିଶା ବିହନ ନିଗମ ଲିଃ ତଥା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂରେ ସାମିଲ ହୋଇଥିଲେ। ସଚିବାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଉପସ୍ଥିତ ଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଲାଭାଂଶ ଚେକ୍ ଗ୍ରହଣ କରିଥିଲେ।

ଓଡ଼ିଶା କୃଷି ଶିଳ୍ପ ନିଗମ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୨ କୋଟି ୫୨ ଲକ୍ଷ ୧୭ ହଜାର ୨୧୮ ଟଙ୍କା ଏବଂ ୨୦୧୯-୨୦୨୦ ଆର୍ଥିକ ବର୍ଷ ପାଇଁ ୩ କୋଟି ୧୦ ଲକ୍ଷ ୩୬ ହଜାର ୫୭୬ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ୧୯୬୨ ମସିହାରୁ ପ୍ରତିଷ୍ଠିତ କୃଷି ଶିଳ୍ପ ନିଗମ ପୁନଃପୌନିକ ଲାଭ ୨୦୨୦-୨୧ ସୁଦ୍ଧା ୯୪.୩୩ କୋଟି ଟଙ୍କା ରହିଛି। ଏହା ଏକ ଋଣମୁକ୍ତ ଲାଭକାରୀ ସରକାରୀ ନିଗମ। ସେହିପରି ଓଡ଼ିଶା କାଜୁ ଉନ୍ନୟନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ଲାଭ ବାବଦକୁ ୪୬ ଲକ୍ଷ ୫୧ ହଜାର ୨୦୦ ଟଙ୍କା ପ୍ରଦାନ କରିଛି।

୧୯୭୮ରେ ପ୍ରତିଷ୍ଠିତ ଓଡ଼ିଶା ରାଜ୍ୟ ବିହନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ବାବଦକୁ ୨୩ ଲକ୍ଷ ୨୦ ହଜାର ୫୬୭ ଟଙ୍କା ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି। ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅଂଶଧନ ଉପରେ ୨.୧୬ ପ୍ରତିଶତ ଲାଭାଂଶ ଘୋଷଣା କରିଛି। ଏହି ବ୍ୟାଙ୍କରେ ରାଜ୍ୟ ସରକାରଙ୍କର ୨୨.୫ ପ୍ରତିଶତ ଅଂଶଧନ ରହିଛି। ଆଜି ରାଜ୍ୟ ସରକାରଙ୍କୁ ୨୦୨୦-୨୧ ବର୍ଷ ପାଇଁ ଲାଭାଂଶ ବାବଦକୁ ୨ କୋଟି ୬୮ ଲକ୍ଷ ୪୯ ହଜାର ୪୨୫ ଟଙ୍କା ପ୍ରଦାନ କରାଯାଇଛି।

Tags: #OdishaGovt #VariousCorporations #CooperativeBank #Dividend #KrushiBibhag

Comment