ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ। ଏଥିପାଇଁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ ଏବଂ ମିଳିତ ବିରୋଧୀଙ୍କ ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ ଆଲଭା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସୋମବାର ଦିନ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ପ୍ରାର୍ଥିପତ୍ର ଦାଖଲ କରିଥିବାବେଳେ ମଙ୍ଗଳବାର ଦିନ ବିରୋଧୀଙ୍କ ପ୍ରାର୍ଥୀ ମାର୍ଗାରେଟ ଆଲଭା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ଉପରାଷ୍ଟ୍ରତି ନିର୍ବାଚନ ପାଇଁ ବିରୋଧୀଙ୍କ ପ୍ରାର୍ଥୀ ମାର୍ଗାରେଟ ଆଲଭା ଶେଷ ଦିନରେ ଆଜି ପ୍ରାର୍ଥିପତ୍ରା ଦାଖଲ କରିଛନ୍ତି। ମାର୍ଗାରେଟ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖର୍ଗେ, ଏନସିପି ମୁଖ୍ୟ ଶରଦ ପାୱାର ଏବଂ ଅନ୍ୟ ବିରୋଧୀ ଦଳ ନେତା ଉପସ୍ଥିତ ଥିଲେ। ମାର୍ଗାରେଟ ଆଲଭା ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସର ବରିଷ୍ଠ ନେତ୍ରୀ ମାର୍ଗାରେଟ ଆଲଭା ୪ ଥର ରାଜ୍ୟପାଳ ଏବଂ ୫ ଥର ସାଂସଦ ହୋଇଛନ୍ତି।

ମାର୍ଗାରେଟଙ୍କୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ବାମଦଳ, ଆରଜେଡି, ସମାଜବାଦୀ ପାର୍ଟି ଏବଂ ଏନସିପି ସମେତ ସମସ୍ତ ପ୍ରମୁଖ ବିରୋଧୀ ଦଳର ନେତା ଏକାଠି ହୋଇ ପ୍ରାର୍ଥୀ କରିଛନ୍ତି। ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା ଏମ୍ ଭେଙ୍କୟା ନାଇଡୁଙ୍କ କାର୍ଯ୍ୟକାଳ ଆସନ୍ତା ଅଗଷ୍ଟ ୧୦ରେ ଶେଷ ହେବାକୁ ଯାଉଥିବାରୁ ଏହା ପୂର୍ବରୁ ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ।

ହେସିପରି ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ ସୋମବାର ଦିନ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ବିଜେଡି ସାଂସଦ ପିନାକୀ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ।

ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଭଳି ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ମଧ୍ୟ ସମର୍ଥନ ଦେବ ବିଜେଡି। ଉପରାଷ୍ଟ୍ରପତି ନିର୍ବାଚନରେ ଧନଖଡ଼ଙ୍କୁ ସମର୍ଥନ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଥିଲେ। ମୁଖ୍ୟମନ୍ତ୍ରୀ ଧନଖେଡଙ୍କୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଜଗଦୀପ ଧନଖଡ଼ ପଶ୍ଚିମବଙ୍ଗର ରାଜ୍ୟପାଳ ଥିଲେ।

ଆଜି ଶେଷ ଦିନରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିରୋଧୀଙ୍କ ପ୍ରାର୍ଥୀ ମାର୍ଗାରେଟ ଆଲଭା। ଦୁଇ ପ୍ରାର୍ଥୀଙ୍କର ପ୍ରାର୍ଥିପତ୍ର ଦାଖଲ ସରିଛି। ଆସନ୍ତା ୨୦ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ ଏବଂ ଆସନ୍ତା ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ।

Tags: #Politics #IndianPolitics #Election #VicePresidentElection #Nomination

Comment