ଓଡ଼ିଶାଲାଇଭ୍ ବ୍ୟୁରୋ

  • ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ ସମ୍ପନ୍ନ ହେବ

ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଇନଷ୍ଟିଚ୍ୟୁଟ ଅଫ୍ ଲାଇଫ ସାଇନ୍ସ) ଭୁବନେଶ୍ଵରର ନିର୍ଦ୍ଦେଶକ ପଦ୍ମଶ୍ରୀ ଡକ୍ଟର ଅଜୟ ପରିଡ଼ାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ଅଜୟ ପରିଡ଼ା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ। ଗବେଷଣା କ୍ଷେତ୍ରରେ ଓଡ଼ିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସ୍ୱୀକୃତି ମିଳିବା କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

କରୋନା ସମୟରେ ପଦ୍ମଶ୍ରୀ ପରିଡ଼ା ଓ ଜୀବ ବିଜ୍ଞାନ ପ୍ରତିଷ୍ଠାନ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ସହାୟତା ଯୋଗାଇ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି। ପଦ୍ମଶ୍ରୀ ଅଜୟ ପରିଡ଼ାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପାଦନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସ୍ୱର୍ଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇଛନ୍ତି।

Tags: #CmNaveenPatnaik #ILSDirector #Death #PadmashreeDrAjayParida

Comment