ଓଡ଼ିଶାଲାଇଭ୍ ବ୍ୟୁରୋ

ବୁଧବାର ଦିନଠାରୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ କରାଯିବ। ଅଗଷ୍ଟ ୧୭ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ଆସନ୍ତା ଅଗଷ୍ଟ ୧୯ ତାରିଖରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ସାମ୍ସ (samsodisha.gov.in) ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ।

ଆସନ୍ତା ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ। ଆବେଦନ ପାଇଁ ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କୁ ୨ଶହ ଟଙ୍କା ପଇଠ କରିବାକୁ ପଡ଼ିବ। ଏହା ସହିତ ଏସସି ଓ ଏସଟି ବର୍ଗର ଛାତ୍ରଛାତ୍ରୀ ୧୦୦ ଟଙ୍କା ଦାଖଲ କରିବେ। 

ଆବେଦନ ପ୍ରକ୍ରିୟା ଶେଷ ହେବା ପରେ ଅଗଷ୍ଟ ୧୭ ତାରିଖ ଅପରାହ୍ଣ ୩ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଅଗଷ୍ଟ ୧୯ରୁ ୨୫ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଶେଷ ହେବ। ସେହିପରି ଅଗଷ୍ଟ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ସ୍ଲାଇଡ୍ ଅପ୍ ହେବାକୁ ଥିବାବେଳେ ସେପ୍ଟେମ୍ବର ୨ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଛାତ୍ରଛାତ୍ରୀ ନାମଲେଖା ସମ୍ପର୍କିତ ସମସ୍ତ ତଥ୍ୟ ଏସଏଏମଏସଓଡିଆଇଏସଏଚଏ.ଜିଓଭି.ଇନ ରେ  ପାଇପାରିବେ ବୋଲି ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Tags: #Education #Admission #+2 #SamsOdisha

Comment