ଓଡ଼ିଶାଲାଇଭ୍ ବ୍ୟୁରୋ
- ୨୬ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ
- ଆଜି ୮ ଜିଲ୍ଲାକୁ ଅରେଞ୍ଜ ଓ ୭ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ
ରାଜ୍ୟରେ ସକ୍ରିୟ ଥିବା ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହି ବର୍ଷାର ପ୍ରଭାବ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସେହିପରି ଆଜି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ୮ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ।
ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା – ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି। ସେହିପରି କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ଆଦି ୭ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ରାଜ୍ୟରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏହାପରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟରେ ଲଗାଣ ବର୍ଷା ସମ୍ଭାବନା ନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ (ଏସ୍ଆରସି) ପକ୍ଷରୁ ମଧ୍ୟ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।

















