ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତାକାଲି ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳାଫଳ ପ୍ରକାଶ ପାଇବ। ଅପରାହ୍ଣ ୪ଟାରେ ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଆଜି ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ଚଳିତ ବର୍ଷ ଠିକ୍ ସମୟରେ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷା ପରିଚାଳନା ସୂଚାରୁ ରୂପେ ହେବା ସହ ଠିକ୍ ସମୟରେ ପରୀକ୍ଷା ଖାତା ଦେଖା କାର୍ଯ୍ୟ ହୋଇଛି। ଜୁଲାଇ ମାସ ଶେଷ ସପ୍ତାହରେ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ଆଜି ତାରିଖ ଘୋଷଣା କରିଛନ୍ତି ମନ୍ତ୍ରୀ।

ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳାଫଳ ପ୍ରକାଶ ପାଇବାର ଏକ ସପ୍ତାହ ମଧ୍ୟରେ ଯୁକ୍ତ ୨ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସୀମର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। କିନ୍ତୁ କେଉଁ ତାରିଖରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ତାହା ମନ୍ତ୍ରୀ କହିନାହାନ୍ତି। ଚଳିତ ଥର ଛାତ୍ରଛାତ୍ରୀମାନେ ଭଲ ରେଜଲ୍ଟ କରିବେ ବୋଲି ଆଶା ରଖିଛନ୍ତି ମନ୍ତ୍ରୀ।

Tags: #Education #Examination #Result #+2 #ScienceAndCommerce #EducationMinister

Comment