ଓଡ଼ିଶାଲାଇଭ୍ ବ୍ୟୁରୋ

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କୃତିତ୍ଵ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ନବରଙ୍ଗପୁର ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଛାତ୍ରଛାତ୍ରୀଙ୍କୁ ମେଧାବୀ ସମ୍ମାନ ୨୦୨୨ରେ ସମ୍ମାନିତ କରାଯାଇଛି। ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ ଯୋଗ ଦେଇ କୃତିତ୍ବ ଅର୍ଜନ କରିଥିବା ୧୧୩ ଜଣ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଏବଂ ମନୁମେଣ୍ଟ ନେଇ ସମ୍ମାନିତ କରିଥିଲେ।

କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ନବରଙ୍ଗପୁର ଡିଇଓ ପ୍ରଦୀପ କୁମାର ନାଗ, ନବରଙ୍ଗପୁର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଅଧିକାରୀ ହଳଧର ନିଆଲ ଯୋଗ ଦେଇଥିଲେ।

ମୁଖ୍ୟ ଅତିଥି ଛାତ୍ରଛାତ୍ରୀଙ୍କର ଏହି ସଫଳତା ପାଇଁ ଅତିଥିମାନେ ଶିକ୍ଷକ ଏବଂ ଅଭିଭାବକମାନଙ୍କୁ ପ୍ରଶଂସା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଦେବେନ୍ଦ୍ର କୁମାର ଧ।କଡ଼, ଚନ୍ଦ୍ର କୁମାର ଆଚାର୍ଯ୍ୟ ମଞ୍ଚାସୀନ ଥିଲେଃ ବିଦ୍ୟା ମନ୍ଦିରର ଗୁରୁଜୀ, ଗୁରୁମା ଏବଂ ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Tags: #Education #MatricExam #Result #Samman

Comment