ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼, କଟକ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି ଏବଂ ନବରଙ୍ଗପୁର। ଏହି ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।

ଏହା ସହିତ ଭୁବନେଶ୍ୱର ଓ କଟକ ସହରରେ ମଧ୍ୟ ସମାନ ପରିମାଣର ବର୍ଷା ହେବାର ସମ୍ଭାବନା ରହିଛି। ଲଗାଣ ବର୍ଷା ଯୋଗୁଁ ତଳୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖା ଦେବାର ଅଧିକ ସମ୍ଭାବନା ରହିଛି। ଲୋକଙ୍କୁ ସତର୍କ ରହିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

ସେହିପରି ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ଵର ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଗତ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକରେ ସର୍ବାଧିକ ୧୬୧.୦ମିମି ବର୍ଷା ରେକର୍ଡ କରାଯାଇଛି। ନୟାଗଡ଼଼ ଜିଲ୍ଲା ଭାପୁରରେ ୧୬୦.୦ ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ୧୪୨.୨ ମିମି ବର୍ଷା ରେକର୍ଡ ହୋଇଛି।

Tags: #Weather #RainFall #HeavyRainFall #WeatherReport #RainFallAlert #MetrologyDepartment

Comment