ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଦିନ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୟୂରୟଭଞ୍ଜ ଗସ୍ତରୁ ଫେରି ସନ୍ଧ୍ୟା ୫ଟା ୪୫ରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଯୋଗ ଦେବେ।

ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ। ଏହା ସହ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବା ନେଇ ଆଶା କରାଯାଉଛି। ପାନୀୟ ଜଳ, ବର୍ଷା ଏବଂ ବନ୍ୟା ପରିସ୍ଥିତର ମୁକାବିଲା ସହ ଆଦିବାସୀ ଓ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀଙ୍କ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସରକାର କେତେକ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ବିଶ୍ଵସ୍ତ ସୂତ୍ରରୁ ଜଣାପଡ଼ିଛି।

ରାଜ୍ୟ ସରକାର ‘ମିଲେଟ୍ ମିଶନ’କୁ  ସଂପ୍ରସାର କରିବା ସହିତ ଏଥିରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀକୁ ସାମିଲ କରିବେ ବୋଲି କୁହାଯାଉଛି। ନବରଙ୍ଗପୁର, କୋରାପୁଟ, ମାଲକାନାଗିରି ଭଳି ଜିଲ୍ଲାଗୁଡ଼ିକରେ ଆଦିବାସୀମାନଙ୍କୁ କର୍ମ ସଂସ୍ଥାନ ଯୋଗାଇବା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

Tags: #Cabinet #StateCabinet #Meeting #CMOdisha #NaveenPatnaik

Comment