ଓଡିଶାଲାଇଭ୍ ବ୍ୟୁରୋ

ଆସନ୍ତା ୧୯ ତାରିଖରେ ଓଡ଼ିଶା ଆସୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।  

ଲଘୁଚାପ ପ୍ରଭାବରେ ଆସନ୍ତା ୧୮ରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୯ ଏବଂ ୨୦ ତାରିଖରେ ରାଜ୍ୟରେ ପୁଣିଥରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ଆସନ୍ତା ୧୭ ମଧ୍ୟାହ୍ନ ସୁଦ୍ଧା ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବିଭାଗ ସୂତ୍ରରୁ ପ୍ରକାଶ। ଏହି ସମୟ ମଧ୍ୟରେ କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ଆଉ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏହା ସହିତ ଭୁବନେଶ୍ୱର ଏବଂ କଟକର ଆଖପାଖ ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Tags: #Weather #Rainfall #LowPressure

Comment