ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଗତ କିଛିଦିନ ଧରି ବନ୍ୟା ପରିସ୍ଥିତି ଲାଗିରହିଥିବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି।  କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି।

ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ  ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା  ଘଟଣାରେ  ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ବନ୍ୟାଞ୍ଚଳ ପରିଦର୍ଶନ ପରେ  ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା  ଘୋଷଣା  କରିଛନ୍ତି।

ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଳ୍ଲାର ଯେଉଁ ଗାଁ ମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନମାନଙ୍କୁ ୧୫ଦିନ  ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।  ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ପାଣି ପଶିଥିବା  ଗାଁର ଲୋକମାନଙ୍କୁ  ୭ ଦିନ ପାଇଁ ରିଲିଫ ଦିଆଯିବ।

ପ୍ରଭାବିତ ଅଞ୍ଚଳରେ ପ୍ରଦାନ କରାଯାଉଥିବା  ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବନ୍ୟା ପ୍ଲାବିତ ଅଞ୍ଚଳରୁ ପାଣି କମିବା ପରେ ୭ ଦିନ ମଧ୍ୟର କ୍ଷୟକ୍ଷତି ଆକଳନ କରି ତାହାର ୧୫ଦିନ ମଧ୍ୟରେ  ଭାଙ୍ଗିଥିବା ଘରଦ୍ବାର ଓ ଫସଲ  କ୍ଷତିର ସହାୟତା  ଯୋଗାଇଦେବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ ।

Tags: #cmnaveenpattanaik #aerialsurvey #mahanadi #relief #disaster

Comment