ଓଡ଼ିଶାଲାଇଭ୍ ବ୍ୟୁରୋ

ଆକାଶ ମାର୍ଗରୁ ବନ୍ୟାଞ୍ଚଳର ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ଅପରାହ୍ଣ ୩ଟାରେ ମୁଖ୍ୟମନ୍ତ୍ରୀ ବନ୍ୟା ପ୍ରଭାବିତ ୫ଟି ଜିଲ୍ଲାର ସ୍ଥିତି ଦେଖିବାର କାର୍ଯ୍ୟକ୍ରମ ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା।

ମହାନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବଢ଼ିବାରୁ ହୀରକୁଦର ମୋଟ ୪୦ଟି ଗେଟ ଖୋଲାଯାଇ ଜଳ ନିଷ୍କାସନ କରାଯାଉଛି। ତଳିଆ ଅଞ୍ଚଳଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ଲୋକଙ୍କ ଦୁର୍ଦଶା ବଢ଼ିଯାଇଛି। ବନ୍ୟା ଯୋଗୁଁ ୧୦ଟି ଜିଲ୍ଲା ବିଶେଷ ଭାବେ ପ୍ରଭାବିତ ହୋଇଛି।

ଆହୁରି ୪ରୁ ୫ ଦିନ ବନ୍ୟା ସ୍ଥିତି ଜାରି ରହିବ ବୋଲି ମଧ୍ୟ କୁହାଯାଉଛି। ଏହାରି ମଧ୍ୟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ପ୍ରଭାବିତ ୫ଟି ଜିଲ୍ଲାର ସ୍ଥିତି ଅନୁଧ୍ୟାନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି କେ ପାଣ୍ଡିଆନ ଉପସ୍ଥିତ ରହିବେ।

Tags: #FloodSituation #FloodInOdisha #FloodAffectedAreas #CMNaveenPatnaik #ArealSurvey

Comment