ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବ-କେନ୍ଦ୍ର ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ମଙ୍ଗଳବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଘନୀଭୂତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୨୩ ତାରିଖରେ ବାଲେଶ୍ବର, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

୨୪ ଓ ୨୫ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

୨୪ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଏହିଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ସହ ୧୭ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ସେହିପରି ୨୫ ତାରିଖରେ ବଜ୍ରପାତ ସହିତ ପ୍ରବଳ ବର୍ଷା ନେଇ ୧୪ଜିଲ୍ଲାକୁ ସତର୍କ କରାଯାଇଛି।

Tags: #lowpressure #eastcentralbayofbengal #rain #odisha #IMD

Comment