ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜିଠାରୁ ଘୂର୍ଣ୍ଣିବଳୟର ପ୍ରଭାବ କମିବ। ଫଳରେ ରାଜ୍ୟରେ ବର୍ଷାର ପରିମାଣ ମଧ୍ୟ ହ୍ରାସ ପାଇବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଥିଲା। କିନ୍ତୁ ଗୁରୁବାରଠାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ନଥିବା ଆକଳନ କରିଛି ପାଣିପାଗ ବିଭାଗ।

ଆଜି ଉତ୍ତର ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର ଏବଂ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି।

ଅଗଷ୍ଟ ୨୪ ତାରିଖରେ ୪୪୪.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଦେବଗଡ଼, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କୋରାପୁଟ, ରାୟଗଡ଼ା ଏବଂ ଗଜପତିରେ ସ୍ଵାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବାବେଳେ ଅବଶିଷ୍ଟ ୨୨ଟି ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ କରାଯାଇଛି।

ଜୁନ ମାସରୁ ଅଗଷ୍ଟ ୨୪ ତାରିଖ ମଧ୍ୟରେ ରାଜ୍ୟରେ ୯୫୨.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହାକି ଏହି ସମୟରେ ସ୍ଵାଭାବିକ ବର୍ଷା ୮୩୮.୮ ମିଲିମିଟର ତୁଳନାରେ ୧୪ ପ୍ରତିଶତ ଅଧିକ ରହିଛି। ଏହି ସମୟ ମଧ୍ୟରେ କନ୍ଧମାଳରେ ସ୍ଵାଭାବିକଠାରୁ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।

Tags: #Weather #WeatherReport #Rainfall #Rain

Comment