ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରଭାବରେ ଦିନର ତାପମାତ୍ରାରେ ବୃଦ୍ଧି ପାଇଛି। ତେବେ ଏହାର ପ୍ରଭାବରେ ମଙ୍ଗଳବାର ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ୧୯ଟି ଜିଲ୍ଲା­ରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୯ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ହୋଇପାରେ। ଏନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ରାଜ୍ୟର ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି ଓ ସୁନ୍ଦରଗଡ଼ ଆଦି ୧୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି-ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ମଧ୍ୟାହ୍ନ ପରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିବା ସହ ଅପରାହ୍ନରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

Tags: #Thunderstorm #coastalarea #meteorology #IMD #Rain #weather

Comment