ଓଡ଼ିଶାଲାଇଭ୍ ବ୍ୟୁରୋ

ଦୁର୍ବଳ ମୌସୁମୀ  ଯୋଗୁଁ ରାଜ୍ୟରେ ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି। ଏହା ପ୍ରଭାବରେ ଉଚ୍ଚ ତାପମାତ୍ରା ଏବଂ ଆର୍ଦ୍ରତା କାରଣରୁ ଉପକୂଳ ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଜାରି ରହିଛି। ତେବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ପ୍ରଥମ ଲଘୁଚାପଟି ଆସନ୍ତା ୮ ତାରିଖ ପୂର୍ବରୁ ସୃଷ୍ଟି ହେବାକୁ ଥିବାବେଳେ ଦ୍ୱିତୀୟ ଲଘୁଚାପଟି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ୩ ତାରିଖ ସକାଳ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ତେବେ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେଥିପାଇଁ ୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୫ ତାରିଖରୁ ବର୍ଷାର ପରିମାଣ ବଢ଼ିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

Tags: #bayofbengal #lowpressure #RainInOdisha #Weather #meteorology #IMD #UmaShankarDash #yellowWarning

LEAVE A REPLY

Please enter your comment!
Please enter your name here