ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ। ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସମୁଦ୍ରପତନଠାରୁ ବାୟୁମଣ୍ଡଳର ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କୋରାପୁଟ ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଏହି କ୍ରମରେ ୮ତାରିଖରେ ରାଜ୍ୟର ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି ଜିଲ୍ଲାରେ ଭାରି ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ରାଜ୍ୟର ୨୪ଟି ଜିଲ୍ଲାରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ଦେବଗଡ, ବୌଦ୍ଧ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁରେ ମଧ୍ୟ ଘଡ଼ଘଡ଼ି ସହ ସ୍ଵଳ୍ପରୁ ମଧ୍ୟମ ଧରଣ ବର୍ଷା ହୋଇପାରେ।ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୯ ରୁ ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବା ସହ ବିସ୍ତୃତି ବଢିବ। ଏଥିପାଇଁ ଉପକୂଳ ଓଡ଼ିଶାର ୮ ଜିଲ୍ଲା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତିନି ଦିନ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରାଯାଇଛି।

Tags: #Weather #WeatherReport #HeavyRainFall #YellowWarning #MetrologyDepartment #IMD

LEAVE A REPLY

Please enter your comment!
Please enter your name here