ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ଯାଏଁ ଭୁବନେଶ୍ୱରଠାରେ ମେକ୍ ଇନ୍ ଇଣ୍ଡିଆ କନ୍‌କ୍ଲେଭ୍ ଆୟୋଜିତ ହେବାକୁ ଯାଉଛି। ଏଥିପାଇଁ ବୃହତ୍ କମ୍ପାନିଗୁଡ଼ିକୁ ଓଡ଼ିଶାରେ ପୁଞ୍ଜିନିବେଶ ନିମନ୍ତେ ଆକର୍ଷିତ କରିବା ଉଦ୍ଦେଶ୍ୟରେ ମୁମ୍ବାଇଠାରେ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ୧୫ଟି କମ୍ପାନିର ମୁଖ୍ୟମାନଙ୍କ ସହ ବ୍ୟକ୍ତିଗତ ଭାବେ ବୈଠକ କରି ଓଡ଼ିଶାର ଶିଳ୍ପ ଆଭିମୁଖ୍ୟ ଉପରେ ଆଲୋଚନା କରିଛନ୍ତି।

କ୍ରିସିଲ୍ ଲିମିଟେଡ୍, ନାଲ୍‌କୋ ଓ ସହଯୋଗୀ କମ୍ପାନି, ଥାଇସେନ୍‌କ୍ରୁପ୍ ଇଣ୍ଡିଆ ଲିମିଟେଡ୍, ଆଇଏମ୍‌ପି ପାୱାର, ରୋଚେନ୍ ସେପାରେସନ୍ ସିଷ୍ଟମ୍‌ (ଇଣ୍ଡିଆ) ପ୍ରମୁଖ କମ୍ପାନିଗୁଡ଼ିକର ପ୍ରତିନିଧିମାନଙ୍କ ସହ ମୁଖ୍ୟ ଶାସନ ସଚିବ ପୃଥକ ପୃଥକ ଭାବେ ଆଲୋଚନା କରିଥିଲେ। ଓଡ଼ିଶା ସରକାର ଶିଳ୍ପ କ୍ଷେତ୍ରରେ ପୁଞ୍ଜିନିବେଶ ନିମନ୍ତେ ଦେଉଥିବା ବିଭିନ୍ନ ସୁବିଧାସୁଯୋଗ ଏବଂ ଭିତ୍ତିଭୂମି ବିକାଶ ବାବଦରେ ମୁଖ୍ୟ ଶାସନ ସଚିବ ସେମାନଙ୍କୁ ଅବଗତ କରାଇଥିଲେ।

ରାଜ୍ୟରେ ଜମି ଯୋଗାଣ, ଉନ୍ନତ ମାନର ବିଦ୍ୟୁତ ଏବଂ ଇଜ୍ ଅଫ୍ ଡୁଇଙ୍ଗ୍ ବିଜିନେସ୍ ଭଳି ବ୍ୟବସ୍ଥା ଉପଲବ୍ଧ ହେଉଥିବା ବିଷୟ ଉପସ୍ଥାପନ କରିଥିଲେ। ଏହି ଆଲୋଚନାରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଅଂଶଗ୍ରହଣ କରିଥିଲେ।

Tags: #MakeInOdishaConclave #CMO #OdishaInvestorsMeet #EaseOfDoingBusiness

LEAVE A REPLY

Please enter your comment!
Please enter your name here