ଓଡ଼ିଶାଲାଇଭ୍ ବ୍ୟୁରୋ

ଉତ୍ତର ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ଉପକୂଳ ଆଡ଼କୁ ଗତିକରିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାରଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବାର ରେକର୍ଡ କରାଯାଇଛି। ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୨୧ ତାରିଖ ବେଳକୁ ବର୍ଷାର ପରିମାଣରେ ବୃଦ୍ଧି ହେବ। ଆଗାମୀ ୩ ଦିନ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ନେଇ ଉପକୂଳ ସମେତ କିଛି ଆଭ୍ୟନତରୀଣ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ପାରିପାଗ ବିଭାଗ।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ। ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Tags: #Weather #RainFall #HeavyRainfall #Odisha #YellowWarning #OrangeWarning

Comment