ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ୩୦ଟି ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକଙ୍କ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ(ବିଜେଡି)। ଦଳର ବିଭିନ୍ନ ନେତାଙ୍କୁ ଭିନ୍ନ ଭିନ୍ନ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ଵ ପ୍ରଦାନ କରାଯାଇଛି। କିଛି ବରିଷ୍ଠ ନେତା ଏଥିରୁ ବାଦ ପଡ଼ିଥିବାବେଳେ କିଛି ନେତାଙ୍କୁ ଦୁଇ ଦୁଇଟି ଜିଲ୍ଲାର ଦାୟିତ୍ୱ ଦିଆଯାଇଛି। ସୁଶାନ୍ତ ସିଂହ, ପ୍ରମିଳା ମଲ୍ଲିକ, ଅତନୁ ସବ୍ୟସାଚୀ ନାୟକ, ପ୍ରଣବ ପ୍ରକାଶ ଦାସ ଏବଂ ଦିବ୍ୟଶଙ୍କର ମିଶ୍ରଙ୍କୁ ଦୁଇଟି ଲେଖାଏଁ ଜିଲ୍ଲାର ଦାୟିତ୍ୱ ମିଳିଛି।

ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ସୁଶାନ୍ତ ସିଂହଙ୍କୁ ଦାୟିତ୍ଵ ମିଳିଥିବାବେଳେ ଢେଙ୍କାନାଳ ଏବଂ ଖୋର୍ଦ୍ଧା ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ। ଏହା ସହିତ ଗଜପତି ଏବଂ ରାୟଗଡ଼ା ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ଅତନୁ ସବସାଚୀ ନାୟକଙ୍କୁ ମିଳିଥିବାବେଳେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲା ଦାୟିତ୍ୱ ମିଳିଛି ପ୍ରଣବ ପ୍ରକାଶ ଦାସଙ୍କୁ। କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି।

ସେହିପରି ପ୍ରଶାନ୍ତ କୁମାର ମୁଦୁଲିଙ୍କୁ ଅନୁଗୁଳ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଥିବାବେଳେ ପ୍ରତାପ କେଶରୀ ଦେବଙ୍କୁ ବାଲେଶ୍ଵର, ସୁଧୀର କୁମାର ସାମଲଙ୍କୁ ବରଗଡ଼, ପ୍ରଣବ କୁମାର ବଳବନ୍ତରାୟଙ୍କୁ ଭଦ୍ରକ, ଉଷା ଦେବୀଙ୍କୁ କଟକ ଏବଂ ଅରୁଣ ସାହୁଙ୍କୁ ଜଗତସିଂହପୁର ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି।

ଏହା ସହିତ ବିଜୟ ନାୟକଙ୍କୁ କନ୍ଧମାଳ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଥିବାବେଳେ ପ୍ରଫୁଲ ମଲ୍ଲିକଙ୍କୁ କେନ୍ଦ୍ରାପଡ଼ା, ଈଶ୍ଵର ପାଣିଗ୍ରାହୀଙ୍କୁ ନବରଙ୍ଗପୁର, ପଦ୍ମନାଭ ବେହେରାଙ୍କୁ ନୟାଗଡ଼, ଟୁକୁନି ସାହୁଙ୍କୁ ନୂଆପଡ଼ା, ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କୁ ପୁରୀ ଏବଂ ନଳିନୀକାନ୍ତ ପ୍ରଧାନଙ୍କୁ ସମ୍ବଲପୁର ଜିଲ୍ଲା ଦାୟିତ୍ୱ ମିଳିଛି।

ପ୍ରୀତି ରଞ୍ଜନ ଘଡ଼ାଇଙ୍କୁ ସୁନ୍ଦରଗଡ଼ ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଥିବାବେଳେ ନବକିଶୋର ଦାସଙ୍କୁ କଳାହାଣ୍ଡି, ପ୍ରଦୀପ କୁମାର ଅମାତଙ୍କୁ ଗଞ୍ଜାମ, ସୌଭାଗ୍ୟ ନାୟକଙ୍କୁ ବୌଦ୍ଧ, ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଯାଜପୁର, ସାରଦା ପ୍ରସାଦ ନାୟକଙ୍କୁ ଝାରସୁଗୁଡ଼ା ଏବଂ ରୋହିତ ପୁଜାରୀଙ୍କୁ ସୁବର୍ଣ୍ଣପୁର ଜିଲ୍ଲାର ପର୍ଯ୍ୟବେକ୍ଷକ ଦାୟିତ୍ୱ ପ୍ରଦାନ କରିଛି ବିଜେଡି।

Tags: #BJD #Politics #DistrictObservers

Comment