ଓଡ଼ିଶାଲାଇଭ୍ ବ୍ୟୁରୋ

ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଦକ୍ଷିଣ ଉପକୂଳ ସମେତ କୋରାପୁଟ, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଏବଂ କନ୍ଧମାଳ ଜିଲ୍ଲାରେ ବର୍ଷା ଲାଗି ରହିଛି। ରାଜଧାନୀ ଭୁବନେଶ୍ଵରରେ ବୁଧବାରଠାରୁ ବର୍ଷା ଜାରି ରହିଛି।

ଆଜି ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବେଳେ ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ ଓ  ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Tags: #Weather #Rainfall #HeavyRainfall #Lowpressure

Comment