ଓଡ଼ିଶାଲାଇଭ୍ ବ୍ୟୁରୋ

(ମୟୂରଭଞ୍ଜରୁ ରାଧାଶ୍ୟାମ ପ୍ରଧାନ): ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ଏହି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ରେଞ୍ଜ ଅନ୍ତର୍ଗତ ଜାମଦାପାଳ ଗ୍ରାମରେ। ମୃତକ ହେଲେ ରଥ ବେହେରା।

ରଥ ବେହେରା ଶୁକ୍ରବାର ସକାଳେ ଶୌଚ ପାଇଁ ଗ୍ରାମ ନିକଟରେ ଥିବା ବୁଢ଼ାବଳଙ୍ଗ ନଦୀ କୂଳକୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ରଥଙ୍କୁ ଆକ୍ରମର କରି ଲହୁଲୁହାଣ କରି ଚାଲିଯାଇଥିଲା। ସ୍ଥାନୀୟ ଲୋକେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରଥଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

ଏହି ଘଟଣା ପରେ ବାଙ୍ଗିରିପୋଷି ରେଞ୍ଜ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଥିବା ରେଞ୍ଜ ଅଫିସର କହିଛନ୍ତି। ପୋଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରିଛି। ହାତୀକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି।

Tag: #Elephant #ElephantAttack #Death #RathaBehera #BangiriposiRange

Comment