ଓଡ଼ିଶାଲାଇଭ୍ ବ୍ୟୁରୋ

ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛନ୍ତି ସବୁ ରାଜନୈତିକ ଦଳ। ବିଜେପି ପକ୍ଷରୁ ପୂର୍ବରୁ ପ୍ରାର୍ଥୀ ଘୋଷଣା ସରିଥିବାବେଳେ ବୁଧବାର ଦିନ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ବାବା ହରେକୃଷ୍ଣ ସେଠୀ କଂଗ୍ରେସ ଟିକେଟରୁ ଲଢ଼ିବେ ଧାମନଗର ବିଧାନସଭା ଉପନିର୍ବାଚନ।

ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ପ୍ରଥମେ ପ୍ରାର୍ଥୀ ଦେଇଥିଲା ବିଜେପି। ଦିବଙ୍ଗତ ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ବିଜେପି ପ୍ରାର୍ଥୀ ହୋଇଥିବାବେଳେ କଂଗ୍ରେସର ପ୍ରାର୍ଥୀ ହୋଇଛନ୍ତି ବାବା ହରେକୃଷ୍ଣ ସେଠୀ। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ବିଜେଡି ପକ୍ଷରୁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇ ନାହିଁ।

ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ପ୍ରାର୍ଥିପତ୍ର ଦାଖଲ କରି ପ୍ରଚାର ମଇଦାନକୁ ଓହ୍ଲାଇଥିବାବେଳେ କଂଗ୍ରେସ ମଧ୍ୟ ସଜ ହେଉଛି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ଶାସକ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇନଥିବାରୁ ଦଳ ସପ୍ରାଇଜ୍ କାର୍ଡ ଖେଳିପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

ଗତ ସେପ୍ଟେମ୍ବର ୧୯ ତାରିଖରେ ବିଜେପିର ଧାମନଗର ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ଚରଣ ସେଠୀଙ୍କର ବିୟୋଗ ଘଟିଲା। ଏହି ଆସନରେ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ ଗ୍ରହଣ ନିମନ୍ତେ ତାରିଖ ଧାର୍ଯ୍ୟ କରାଯାଇଛି।

ଧାମନଗର ବିଧାନସଭା ଉପନିର୍ବାଚନ ଲାଗି ଗତ ୭ ତାରିଖ ଦିନ ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଅସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି।

ଆସନ୍ତା ୧୫ ତାରିଖ ପ୍ରାର୍ଥିପତ୍ର ଯାଞ୍ଚ ଏବଂ ୧୭ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ ଗ୍ରହଣ ହେବ। ନଭେମ୍ବର ୬ ତାରିଖରେ ଭୋଟ ଗଣତି ହୋଇ ସେହି ଦିନ ଫଳାଫଳ ଘୋଷଣା କରାଯିବ।

Tags: #Politics #OdishaPolitics #DhamnagarByElection #Election #BJP #BJD #Congress

Comment