ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୫ ତାରିଖରେ ସୂର୍ଯ୍ୟପରାଗ। ଏହି ଦିନକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର।

ଆସନ୍ତା ମଙ୍ଗଳବାର ଦିନ ସୂର୍ଯ୍ୟପରାଗ ପଡୁଥିବାରୁ ଏହି ଦିନଟିକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ଆଦି ସମସ୍ତ ଶିକ୍ଷାନୁଷ୍ଠାନ, ରାଜସ୍ଵ ବିଭାଗୀୟ କୋର୍ଟ, ବ୍ୟାଙ୍କ ଏବଂ ଅନ୍ୟ ବ୍ୟାଙ୍କିଙ୍ଗ ଇନଷ୍ଟିଚ୍ୟୁସନ ଆଦି ମଙ୍ଗଳବାର ଦିନ ବନ୍ଦ ରହିବ।

Tags: #SolarEclipse #SolarEclipse2022 #GovtHoliday #OdishaGovt #NaveenPatnaik

Comment