ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବଢୁଛି ଶୀତର ପ୍ରକୋପ। କୁହୁଡ଼ି ସହିତ ଧିରେ ଧିରେ ଶୀତ ବଢିବାରେ ଲାଗିଛି। ରାଜ୍ୟର ପ୍ରାୟ ୨୦ଟି ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। କନ୍ଧମାଳ ଜିଲ୍ଲାର ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ଭାବେ ପରିଣତ ହୋଇଛି। ଏଠାରେ ରାତିର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲସିଅସ୍ ରେକର୍ଡ କରାଯାଇଛି ।

ରାଜ୍ୟର ସିମିଳିଗୁଡାରେ ୯ ଡିଗ୍ରୀ, ଫୁଲବାଣୀ ୧୦.୫ ଡିଗ୍ରୀ, କୋରାପୁଟ,ଭାବନିପାଟଣା ଓ ଦାରିଙ୍ଗବାଡିରେ ୧୧ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି। ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ।  ଫଳରେ ରାତିରେ ଶୀତ ଅନୁଭୂତ ହେବ।

ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ସଂଲଗ୍ନ ଆଣ୍ଡାମାନ ସାଗରରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାଫଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପର ପ୍ରଭାବ ରାଜ୍ୟରେ କେତେ ରହିବ ତାହା ଉପରେ ପାଣିପାଗ ବିଭାଗର ନଜର ରହିଛି।

ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବା ସହ ଶୀତ ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

Tags: #Coldwave #regionalmetrologicalcenter #Odisha #G.Udayagiri

Comment