ଓଡ଼ିଶାଲାଇଭ୍ ବ୍ୟୁରୋ

ଏଥର ସ୍ୱାଭାବିକ ଭାବେ ଚାଲିବ ବିଧାନସଭା। ବିଧାନସଭାରୁ ହଟିଲା କୋଭିଡ କଟକଣା । ଆସନ୍ତା ୨୪ରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ବିଧାୟକମାନେ ନିଜ ନିଜ ଆସନରେ ବସିବେ । ପ୍ରେସ ଗ୍ୟାଲେରୀରେ ଗଣମାଧ୍ୟମକୁ ଅନୁମତି ମିଳିବ। ଲିଖିତ ଭାବେ ଜଣାଇଲେ ସେମାନେ ଭିଡିଓ କନଫରନେସ୍ ମାଧ୍ୟମରେ ବିଧାନସଭା ଅଧିବେଶନରେ ଯୋଗ ଦେଇପାରିବେ। ସକାଳ ସାଢ଼େ ୧୦ରୁ ସାଢ଼େ ଗୋଟାଏ ଏବଂ ଅପରାହ୍ନରେ ୪ଟାରୁ ୭ ପର୍ଯ୍ୟନ୍ତ ବିଧାନସଭା ଚାଲିବ ବୋଲି କହିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ ।

ବିଧାନସଭା ଶୀତ ଅଧିବେଶନର ସୁପରିଚାଳନା ନେଇ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପୂର୍ବରୁ କରୋନା କଟକଣା ଭିତରେ ବସୁଥିଲା ବିଧାନସଭା ଅଧିବେଶନ । କିନ୍ତୁ ଏଥର ତାକୁ ହଟାଇ ଦିଆଯାଇଛି । ବୈଠକରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

Tags: #AssemblyHouse #CovidRestrictionLifted #Odisha #MLAs #PressGallery #BikramKeshariArukha

Comment