ଓଡ଼ିଶାଲାଇଭ୍ ବ୍ୟୁରୋ
ଯାଜପୁର କୋରେଇ ରେଳ ଷ୍ଟେସନରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା। ପ୍ଲାଟଫର୍ମ ଉପରକୁ ମାଡ଼ି ଗଲା ୮ରୁ ଅଧିକ ବଗି। ଏହି ଭୟଙ୍କର ଦୁର୍ଘଟଣାରେ ୩ ଜଣ ପ୍ରାଣ ହରାଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।
ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଆବଶ୍ୟକ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।
ଯାଜପୁର ଜିଲ୍ଲା କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଦୁର୍ଘଟଣାଗ୍ରସ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଗଭୀର ଶୋକପ୍ରକାଶ କରିଛନ୍ତି। ଏଥିସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ₹୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
— CMO Odisha (@CMO_Odisha) November 21, 2022
ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ମଧ୍ୟ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ସେହିପରି ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ଏବଂ ସାମାନ୍ୟ ଆହତ ହୋଇଥିବା ଲୋକଙ୍କୁ ୨୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗଇ ଦିଆଯିବାକୁ ରେଳ ବିଭାଗ ପକ୍ଷରୁ କୁହାଯାଇଛି।
କୋରେଇ ଠାରେ ପଣ୍ୟବାହୀ ଟ୍ରେନ ଦୁର୍ଘଟଣା ଯୋଗୁଁ ମୃତାହତ ହୋଇଥିବା ବ୍ଯକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରୁଛି I
ମୃତ ବ୍ୟକ୍ତି ମାନଙ୍କ ପରିବାର ସଦସ୍ୟ ମାନଙ୍କୁ ପାଞ୍ଚ ଲକ୍ଷ, ଗୁରୁତର ଆହତ ମାନଙ୍କୁ ଏକ ଲକ୍ଷ ଏବଂ ସାମାନ୍ଯ ଆହତ ବ୍ୟକ୍ତି ମାନଙ୍କୁ 25 ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରୁଛି I
— Ashwini Vaishnaw (@AshwiniVaishnaw) November 21, 2022
ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଘଟଣାସ୍ଥଳକୁ ତୁରନ୍ତ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
@RailMinIndia EMERGENCY HELPLINE NOS. @DRMKhurdaRoad @DRMSambalpur @DRMWaltairECoR @DRMCKP @drmkgp @serlyproffice pic.twitter.com/lOSasFAGEG
— East Coast Railway (@EastCoastRail) November 21, 2022
ଏହି ଦୁର୍ଘଟଣା ପରେ ହେଲ୍ପ ଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳବାଇ। କୋରେଇ ଷ୍ଟେସନ – ୮୪୫୫୮୮୯୯୦୫ । ଭୁବନେଶ୍ୱର ପାଇଁ ୦୬୭୪-୨୫୩୪୦୨୦ । ଖୋର୍ଦ୍ଧା ରୋଡ୍ କଣ୍ଟ୍ରୋଲ ନମ୍ବର –୦୬୭୪-୨୪୯୨୨୪୫ ।
Tags: #Jajpur #Korei #TrainMishap #Death #CMNaveenPatnaik #EastCoastRailway #ExGratia #Helpline