ଓଡ଼ିଶାଲାଇଭ୍ ବ୍ୟୁରୋ

ଯାଜପୁର କୋରେଇ ରେଳ ଷ୍ଟେସନରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା। ପ୍ଲାଟଫର୍ମ ଉପରକୁ ମାଡ଼ି ଗଲା ୮ରୁ ଅଧିକ ବଗି। ଏହି ଭୟଙ୍କର ଦୁର୍ଘଟଣାରେ ୩ ଜଣ ପ୍ରାଣ ହରାଇଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।

ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଆବଶ୍ୟକ ଚିକିତ୍ସା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ମଧ୍ୟ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ସେହିପରି ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ଏବଂ ସାମାନ୍ୟ ଆହତ ହୋଇଥିବା ଲୋକଙ୍କୁ ୨୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗଇ ଦିଆଯିବାକୁ ରେଳ ବିଭାଗ ପକ୍ଷରୁ କୁହାଯାଇଛି।

 ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଘଟଣାସ୍ଥଳକୁ ତୁରନ୍ତ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି ଦୁର୍ଘଟଣା ପରେ ହେଲ୍ପ ଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳବାଇ। କୋରେଇ ଷ୍ଟେସନ – ୮୪୫୫୮୮୯୯୦୫ । ଭୁବନେଶ୍ୱର ପାଇଁ ୦୬୭୪-୨୫୩୪୦୨୦ । ଖୋର୍ଦ୍ଧା ରୋଡ୍ କଣ୍ଟ୍ରୋଲ ନମ୍ବର –୦୬୭୪-୨୪୯୨୨୪୫ ।

Tags: #Jajpur #Korei #TrainMishap #Death #CMNaveenPatnaik #EastCoastRailway #ExGratia #Helpline

Comment