ଓଡ଼ିଶାଲାଇଭ୍ ବ୍ୟୁରୋ

ନଭେମ୍ବର ୨୩ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା ଶେଷ ହୋଇଛି। ଆସନ୍ତା ଡିସେମ୍ବର ୯ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ। ଏ ନେଇ ବୁଧବାର ଦିନ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ଡିସେମ୍ବର ୯ ତାରିଖରୁ ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ ହେବ। ଦୁଇଦିନ ମଧ୍ୟରେ ଖାତା ଦେଖା ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମୋଟ ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ୧୨, ୪୫୦ ଜଣ ଶିକ୍ଷକ ପରୀକ୍ଷା ଖାତା ମୂଲ୍ୟାୟନ କରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ଉପସଭାପତି ନିହାର ମହାନ୍ତି ଏହି ସୂଚନା ଦେଇଛନ୍ତି।

ନଭେମ୍ବର ୨୩ରୁ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଛି ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ-୧ ପରୀକ୍ଷା। ରାଜ୍ୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

Tags: #Education #Examination #MatricSummativeAssessmentExam #Odisha #ResultEvaluation

Comment