ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟାମାଣ୍ଡୋସ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମ, ଉତ୍ତରପଶ୍ଚିମ ଦିଗକୁ ଗତି କରି ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ। ଏହାପରେ ଅଧିକ ଘନୀଭୂତ ହୋଇ ୮ ତାରିଖ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର– IMD ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳରେ ବାତ୍ୟା ସ୍ଥଳଭାଗ ଛୁଇଁପାରେ। ଓଡ଼ଶାରେ ଏହାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଏବେ ଅସହ୍ୟ ଥଣ୍ଡା। ଗତ କିଛି ଦିନ ହେବ ରାଜ୍ୟରେ ପାରଦ ୨ ଡିଗ୍ରୀ ପର୍ଯ୍ୟନ୍ତ ଖସିଛି। ଆସନ୍ତା ଦିନରେ ପାରଦ ଆହୁରି ଡିଗ୍ରୀ ଖସିପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି।

କୋରାପୁଟ ଜିଲ୍ଲାରେ ଗତ ୧୦ ଦିନ ହେଲାଣି ସକାଳ ୯ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ଘେରି ରହୁଛି। ଫଳରେ ଲୋକେ ଯିବା ଆସିବାରେ ଆସୁବିଧାର ସମ୍ମୁଖୀନ ହେଉଛନ୍ତି। ନିଆଁ ଜାଳି ଶୀତୁଆ ସକାଳର ମଜା ନେଉଛନ୍ତି। କୋରାପୁଟ୍‌, ଫୁଲବାଣୀ ଆଦି ଜିଲ୍ଲାରେ ପର୍ଯ୍ୟଟକଙ୍କ ଭିଡ଼ ମଧ୍ୟ ଲାଗୁଛି।

Tags: #ProbableCyclone #BayofBengal #Mandous #Odisha #OdishaCoastal #Winter #Fog #BhubaneswarMeteorologicalCentre

Comment