ଓଡ଼ିଶାଲାଇଭ୍ ବ୍ୟୁରୋ

କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି ପଦ୍ମପୁର ଉପନିର୍ବାଚନ ଭୋଟ ଗଣତି। ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହେବା ପରେ ଆରମ୍ଭ ହୋଇଛି ଇଭିଏମ୍ ଗଣତି। ମୋଟ ୩୧୯ଟି ବୁଥ ଲାଗି ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ଚାଲିଛି। ପ୍ରଥମ ରାଉଣ୍ଡରେ ବିଜେଡି ଆଗରେ ରହିଥିବା ବେଳେ ଦ୍ଵିତୀୟ ରାଉଣ୍ଡରେ ବି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା ୩,୬୧୯ ଭୋଟରେ ଆଗରେ ରହିଛନ୍ତି।

ଦ୍ଵିତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷାଙ୍କୁ ୧୦,୫୯୮ ଭୋଟ ମିଳିଥିବାବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ, ୬,୯୭୯ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ପାଇଛନ୍ତି ମାତ୍ର ୩୬୬ ଖଣ୍ଡ ଭୋଟ।

ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ୫,୫୦୧ ଭୋଟ ମିଳିଥିବାବେଳେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କୁ ୩, ୭୮୯ ଖଣ୍ଡ ଭୋଟ ଏବଂ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ପ୍ରଥମ ରାଉଣ୍ଡ ସୁଦ୍ଧା ୨୦୬ ଖଣ୍ଡ ଭୋଟ ମିଳିଥିଲା।

Tags: #Politics #OdishaPolitics #PadampurPolitics #PadampurByElection #BJP #BJD #Congress #Result #VoteCounting

Comment