ଓଡ଼ିଶାଲାଇଭ୍ ବ୍ୟୁରୋ

ପଦ୍ମପୁର ଉପ-ନିର୍ବାଚନରେ ବିଜୟୀ ହେବା ପରେ ନବୀନ ନିବାସ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଶାର୍ବାଦ ନେଇଛନ୍ତି ବର୍ଷା ସିଂ ବରିହା। ଡିସେମ୍ବର ତାରିଖରେ ହୋଇଥିବା ପଦ୍ମପୁର ଉପନିର୍ବାଚନରେ ୪୨ ହଜାରରୁ ଅଧିକ ଭୋଟ ବ୍ୟବଧାନଦରେ ବିଜୟୀ ହୋଇଥିଲେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା। ବର୍ଷାଙ୍କ ବିଜୟରେ ଶୁଭେଛା ଜଣାଇଥିଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପ୍ରଥମେ ବର୍ଷା ଭୁବନେଶ୍ୱରସ୍ଥିତ ଶାଶୂ ଘରକୁ ଆସି ଶାଶୂଶଶୁରଙ୍କ ଆଶୀର୍ବାଦ ନେଇଛନ୍ତି। ପରେ ସେ ନବୀନ ନିବାସ ଅଭିମୁଖେ ଗସ୍ତ କରିଥିଲେ। ନବୀନ ନିବାସ ବାହାରେ ବିଜେଡିର ଅନେକ ତୁଙ୍ଗ ନେତା ବର୍ଷାଙ୍କୁ ପୁଷ୍ପ ଗୁଚ୍ଛ ଦେଇ ଶୁଭେଛା ସ୍ୱାଗତ କରିଥିଲେ। ପରେ ବର୍ଷା ସିଂ ବରିହା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ନେଇଥିଲେ। ଏହି ଅବସରରେ ବର୍ଷା ସାଥିରେ ମନ୍ତ୍ରୀ ରୀତା ସାହୁ, ଟୁକୁନି ସାହୁ, ସୁଶାନ୍ତ ସିଂ ଏବଂ ସ୍ନେହାଙ୍ଗିନୀ ଛୁରିଆ ଉପସ୍ଥିତ ଥିଲେ।

ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ମାଧ୍ୟମରେ ବର୍ଷାଙ୍କୁ ଶୁଭେଛା ଜଣାଇବା ସହ ବର୍ଷାଙ୍କୁ ମିଥ୍ୟା ଅପବାଦ ଦେଇଥିବା ବିରୋଧୀ ଶିବିରକୁ କଡ଼ା ଜବାବ ଦେଇଥିଲେ। ମହିଳା ମାନଙ୍କୁ ସମ୍ମାନ ଦେଇ ଗଣତାନ୍ତ୍ରିକ ମହା ପର୍ବରେ ସାମିଲ କରିବାକୁ ବିଜେଡି ଯେପରି ସୁଯୋଗ ଦେଇଥିଲା, ତାହା ଉଲ୍ଲେଖନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କିନ୍ତୁ ବିରୋଧ ଦଳ ଯେପରି ଜଣେ ମହିଳାଙ୍କୁ ବାରମ୍ବାର ଅପପ୍ରଚାର ମାଧ୍ୟମରେ କଷ୍ଟ ଦେଇଥିଲା ତାହା ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

Tags: #BarshaSinghBariha #PadampurByElection #BJDWin #BJD #NaveenPatnaik #Odisha

LEAVE A REPLY

Please enter your comment!
Please enter your name here