ଓଡ଼ିଶାଲାଇଭ୍ ବ୍ୟୁରୋ

ଯାଜପୁରର ପୂର୍ବତନ ସାଂସଦ ମୋହନ ଜେନାଙ୍କର ସୋମବାର ଦିନ ଦେହାନ୍ତ ହୋଇଛି। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ୬୫ ବର୍ଷ ବୟସରେ ସେ ପ୍ରାଣ ହରାଇଛନ୍ତି। ୨୦ ଦିନ ହେଲା ତାଙ୍କର ଡାକ୍ତରଖାନାରେ ଚିକିତ୍ସା ଚାଲିଥିଲା। ପୂର୍ବତନ ସାଂସଦ ମୋହନ ଜେନାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।

ମୋହନ ଜେନା ଦୁଇ ଥର ଯାଜପୁରରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ସେ ୨୦୦୪ ଓ ୨୦୦୯ରେ ଯାଜପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ। ୨୦୧୯ ମସିହାରେ ମୋହନ ଜେନା ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ।

Tags: #MohanJena #FormerMP #JajpurMP #PassesAway

Comment