ଓଡ଼ିଶାଲାଇଭ୍ ବ୍ୟୁରୋ

(ଜୟପୁର): ଜୟପୁର ସହର ହାଟପଦାଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଲୋକାର୍ପିତ ହୋଇଛି। ବୁଧବାର ଦିନ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଲୋକାର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ କୋରାପୁଟ ଜିଲ୍ଲାପାଳ ଅବଦୁଲ ଅହମ୍ମଦ ଆକ୍ତର, ସିଡିଏମଓ ଅରୁଣ ପାଢ଼ୀ, ପୌର ଅଧ୍ୟକ୍ଷ ନରେନ୍ଦ୍ର କୁମାର ମହାନ୍ତି, ଉପାଧ୍ୟକ୍ଷ ବି ସୁନିତା, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ତହସିଲଦାର ପ୍ରଧାନ ଟୁଲ୍ଲି ଆମ୍ମା ପ୍ରମୁଖ ଯୋଗ ଦେଇ ଏହି ସ୍ୱାସ୍ଥ୍ୟ କେନ୍ଦ୍ର ଯୋଗୁଁ ବାରିଣିପୁଟ, ଗଡ଼ପଦର ଓ ସହରର ଆଖପାଖ ଅଞ୍ଚଳର ଲୋକେ ଉପକୃତ ହୋଇପାରିବେ ବୋଲି କହିଛନ୍ତି।
ଏହି ଅବସରରେ ଅତିଥି ଏବଂ ସ୍ଥାନୀୟ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ସ୍ଥାପନ ହେବା ପରେ ଜିଲ୍ଲା ଚିକିତ୍ସାଳୟରେ ରୋଗୀଙ୍କ ସଂଖ୍ୟା କମିବ ବୋଲି ଆଶା କରାଯାଉଛି। ଏଠାରେ ରୋଗୀମାନଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା, ଔଷଧ ସହ ଫିଜିଓ ଥେରାପି ନିମନ୍ତେ ବ୍ୟବସ୍ଥା କରାଯାଇଛି।
Tags: #Koraput #Hatapada #HealthAndwellnessCentre


















