ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟରେ ଖସିବାରେ ଲାଗିଛି ତାପମାତ୍ରା। ଉତ୍ତରରୁ ଉପକୂଳ, ପୂର୍ବରୁ ପଶ୍ଚିମ ସବୁଠି ଥଣ୍ଡାର ପ୍ରକୋପ। ଆଗାମୀ ୨୪ ଘଣ୍ଟା ଭିତରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ ବିଭାଗ ସୂଚନା ଦେଇଛି

ପରବର୍ତ୍ତୀ ଦିନ ଭିତରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ଖସିବାର ସମ୍ଭାବନା ରହିଛି। ରାଜ୍ୟର ଅଧିକାଂଶ ଅଞ୍ଚଳରେ ଶୀତ ବଢ଼ିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ଏବେ ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରକୋପ ଦେଖିବାକୁ ମିଳୁଛି କୁହୁଡ଼ି ଯୋଗୁ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି

ଉପାନ୍ତ ଅଞ୍ଚଳରେ କୁହୁଡ଼ି ସକାଳ ୯ଟା ଯାଏଁ ଅସ୍ତବ୍ୟସ୍ତ କରୁଛି। ସକାଳ ୯ଟା ପର୍ଯ୍ୟନ୍ତ ଘନ କୁହୁଡ଼ି ଦେଖାଯାଉଛି ଫଳରେ ଲୋକେ ନିଆଁ ଜାଳି ଶୀତୁଆ ସକାଳର ମଜା ନେଉଛନ୍ତି 

Tags: #ColdWave #Odisha #TemperatureDrops #MeteorologicalDepartment #Fog #Winter

Comment