ଓଡ଼ିଶାଲାଇଭ୍ ବ୍ୟୁରୋ

ଅନୁଗୁଳ ଗସ୍ତରେ ଯାଇ ଜିଲ୍ଲାବାସୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୮୦୫ କୋଟି ଟଙ୍କାର ୧୫୪୧ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ୭ ହଜାର ୪ଶହ ମହିଳା ସୟଂ ସହାୟକ ଗୋଷ୍ଠୀର ୭୫ ହଜାର ସ୍ଵାବଲମ୍ବୀ ମହିଳାଙ୍କୁ ୨୪୨ କୋଟି ଟଙ୍କାର ଋଣ ଏବଂ ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବହୁ ପ୍ରତିକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ଅନୁଗୁଳ ଷ୍ଟାଡିୟମରେ ବ୍ୟାପକ ପ୍ରସ୍ତୁତି କରାଯାଇଛି।

Tags: #CMOdisha #NaveenPatnaik #Angul #DevelopmentalProject #Inauguration #Odisha

Comment